Site icon Ethara Sambhala

୨୦୧୯’ ନିର୍ବାଚନ ଲାଗି ଆଜି ନିର୍ବାଚନ କମିଶନ ଙ୍କ ଗ୍ରସ୍ତ ।

ଏଥର ସମ୍ଭାଳ ବ୍ୟୁରୋ (ଭୁବନେଶ୍ୱର) – ଆସନ୍ତା ୨୦୧୯ ସାଧାରଣ ନିର୍ବାଚନ ପାଇଁ ନିର୍ବାଚନ କମିଶନ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଆଜିଠାରୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଇସିଆଇର ଏକ ଟିମ୍‌ ଆସୁଛି।  ଭୁବନେଶ୍ୱରରେ ନିର୍ବାଚନ ପ୍ରସ୍ତୁତି ନେଇ ସମୀକ୍ଷା କରିବା ସହ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ପୃଥକ ଭାବେ ଆଲୋଚନା କରିବେ କମିଶନ। ଜିଲ୍ଳାସ୍ତରର ନିର୍ବାଚନ ଅଧିକାରୀ, ଏସ୍‌ପି, ପୁଲିସ ଆଇଜି ଓ ୩ ରାଜସ୍ୱ ଆୟୋଗଙ୍କ ସମେତ ବରିଷ୍ଠ ଅଧିକାରୀଙ୍କ ସହ ନିର୍ବାଚନ ପ୍ରସ୍ତୁତି ନେଇ ସମୀକ୍ଷା ମଧ୍ୟ କରିବେ କମିସନ । ଏଥିସହ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ନିର୍ବାଚନ ପ୍ରସ୍ତୁତି ନେଇ ମଧ୍ୟ କମିସନ ଅନୁଧ୍ୟାନ କରିବା ସହ ପୁଲିସ ନୋଡାଲ ଅଫିସର ଓ କେନ୍ଦ୍ରୀୟ ଅର୍ଦ୍ଧ ସାମରିକ ବାହିନୀ ମୁଖ୍ୟଙ୍କ ସହ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି। ସେହିପରି ୧୫ ତାରିଖରେ କମିସନ ରାଜ୍ୟ ମୁଖ୍ୟ ଶାସନ ସଚିବ, ପୁଲିସ ମହାନିର୍ଦ୍ଦେଶକ, ଆଇନ ବିଭାଗ ସଚିବ ଓ କେନ୍ଦ୍ରୀୟ ଅଧିକାରୀଙ୍କ ସହ ଆଲୋଚନା କରି ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତି ନେଇ ସମୀକ୍ଷା କରିବେ।

Exit mobile version