Site icon Ethara Sambhala

ଆଇଏଏସ୍ ସ୍ତରରେ ଅଦଳବଦଳ ; ରାଜ କୁମାର ଶର୍ମା ନୂଆ ସ୍ୱାସ୍ଥ୍ୟ ସଚିବ ଓ ବିଷ୍ଣୁପଦ ସେଠୀଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ଦାୟିତ୍ଵ …!

ଏଥର ସମ୍ଭାଳ ବ୍ୟୁରୋ(ଭୁବନେଶ୍ୱର)- ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। କୃଷି ଉତ୍ପାଦନ କମିଶନର ଥିବା ରାଜ କୁମାର ଶର୍ମାଙ୍କୁ ଅତିରିକ୍ତ ସଚିବ ଭାବେ ସ୍ୱାସ୍ଥ୍ୟ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର। ଏହାଛଡ଼ା ତାଙ୍କୁ ରାଜ୍ୟ ଔଷଧ ନିଗମ ଅଧ୍ୟକ୍ଷ ଭାବେ ମଧ୍ୟ  ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଗୃହ ବିଭାଗର ସଚିବ ଥିବା ସଞ୍ଜୀପ ଚୋପ୍ରାଙ୍କୁ କୃଷି ଉତ୍ପାଦନ କମିଶନର ଭାବେ ନିଯୁକ୍ତ କରାଯାଇଛି। ଟ୍ରାନ୍ସପୋର୍ଟ ଡିପାର୍ଟମେଣ୍ଟରେ ପ୍ରିନ୍ସିପାଲ୍ ସେକ୍ରେଟାରୀ ଥିବା ମଧୁସୂଦନ ପାଢୀଙ୍କୁ ମଧ୍ୟ ବଦଳି କରାଯାଇଛି। ତାଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତ କରାଯାଇଛି।

ସତ୍ୟବ୍ରତ ସାହୁଙ୍କୁ ରାଜସ୍ୱ ବିଭାଗର ପ୍ରମୁଖ ସଚିବ ଦାୟିତ୍ୱ ପ୍ରଦାନ କରାଯାଇଛି। ଏହା ପୂର୍ବରୁ ସେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସଚିବ ଭାବେ କାର୍ଯ୍ୟ କରୁଥିଲେ। ସେହିପରି ବିଷ୍ଣୁପଦ ସେଠୀଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ଦାୟିତ୍ୱ ପ୍ରଦାନ କରାଯାଇଛି। ସୁରେଶ କୁମାର ବଶିଷ୍ଠ ସାଧାରଣ ପ୍ରଶାସନ ବିଭାଗର OSD ଭାବେ ନିଯୁକ୍ତି ପାଇଛନ୍ତି। ଭାସ୍କର ଜ୍ୟୋତି ଶର୍ମାଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗ କମିଶନର ଭାବେ ଦାୟିତ୍ୱ ପ୍ରଦାନ କରାଯାଇଥିବା ବେଳେ ଭୂପେନ୍ଦ୍ର ସିଂ ପୁନିଆଙ୍କୁ IDCOର ଏମ୍ଡି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଶିଳ୍ପ ସଚିବ ହେମନ୍ତ ଶର୍ମାଙ୍କୁ IDCO ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଥିବା ବେଳେ ରଞ୍ଜନା ଚୋପ୍ରାଙ୍କୁ ଏମ୍ଏସ୍ଏମ୍ଇ ସଚିବ ଭାବେ ନିଯୁକ୍ତି କରାଯାଇଛି। ସଞ୍ଜୀବ ଚୋପ୍ରାଙ୍କୁ କୃଷି ଉତ୍ପାଦନ କମିଶନର ଦାୟିତ୍ୱ ପ୍ରଦାନ କରାଯାଇଛି।

Exit mobile version