!!! ଗଞ୍ଜାମ ରୁ ଜିଲ୍ଲା ପ୍ରତିନିଧି ପବିତ୍ର କୁମାର ରାଉତ ଙ୍କ ରିପୋର୍ଟ !!!
ଏଥର ସମ୍ଭାଳ(ବେଗୁନିଆପଡ଼ା)- ଗଂଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ରାଜପୁର ଓଡିଶା ଆଦର୍ଶ ବିଦ୍ୟାଳୟର ୬ଷ୍ଠ ଶ୍ରେଣୀରେ ନାମଲେଖା ପାଇଁ ଅନୁଷ୍ଠିତ ପ୍ରବେଶିକା ପରୀକ୍ଷାରେ ବେଗୁନିଆପଡା ସରକାରୀ ଉପ୍ରା ବିଦ୍ୟାଳୟର ଛାତ୍ରୀ ତେଜସ୍ମିନି ମିଶ୍ର ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ତେଜସ୍ମିନି ମିନତୀ ଦାସ ତଥା ସରୋଜ କୁମାର ମିଶ୍ରଙ୍କ ଝିଅ ଅଟନ୍ତି । ଆଦର୍ଶ ବିଦ୍ୟାଳୟରେ ନାମ ଲେଖାଇବା ପାଇଁ ଯୋଗ୍ୟତା ହାସଲ କରିଥିବାରୁ ଛାତ୍ରୀ ତେଜସ୍ମିନି ନିଜର ସଫଳତା ପାଇଁ ନିଜ ବାପା ସରୋଜ କୁମାର ମିଶ୍ର ମାତା ମିନତୀ ଦାସ ଏବଂ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନଙ୍କ ଆଶୀର୍ବାଦ ବୋଲି ମତ ପ୍ରକାଶ କରିଛନ୍ତି। ଭବିଷ୍ୟତରେ ଆହୁରି ଅଧିକ ସଫଳତା ହାସଲ କରିବେ ବୋଲି ତେଜସ୍ମିନି ଆଶା ରଖିଛନ୍ତି ।

