!!! ଗଜପତି ରୁ ଜିଲ୍ଲା ସ୍ଵତନ୍ତ୍ର ପ୍ରତିନିଧି ରାମ ଚନ୍ଦ୍ର ପାଢୀ ଙ୍କ ରିପୋର୍ଟ !!!
ଏଥର ସମ୍ଭାଳ(ପାରଳାଖେମୁଣ୍ଡି)- ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଗୋରିବନ୍ଧ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍.କୁମାର ଓ ଜିଲ୍ଲାପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ଜି. ତିରୁପତି ରାଓ ପ୍ରମୁଖ ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଗୋରିବନ୍ଧ ସମେତ ଅଲ୍ଲଡ଼ା , ଖଣ୍ଡଭା , ବୁଦୁରା ଓ ଶୀୟାଲି ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୫୮ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୨୨ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୩୬ ଗୋଟି ଅଭିଯୋଗ ଆସିଥିଲା। ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ଜଳ ସେଚନ , ଗୃହ ନିର୍ମାଣ , ରାସନ୍ କାର୍ଡ , ମନରେଗା , ଶିକ୍ଷା , ମୋ ଘର ଯୋଜନା , ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା। ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ବାଳା ସାୟାମା , କାଶୀନଗର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ କପିଳେଶ୍ୱର ତାଣ୍ଡି , ତହସିଲଦାର ସ୍ଥାନୀୟ ସରପଞ୍ଚ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ।