କଳାହାଣ୍ଡି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ ଶୁଭାରମ୍ଭ …!
!!! କଳାହାଣ୍ଡି ଜିଲ୍ଲା ପ୍ରତିନିଧି ମନୋଜ ସିଂ ଙ୍କ ରିପୋର୍ଟ !!!
ଏଥର ସମ୍ଭାଳ(ଭବାନୀପାଟଣା) – କଳାହାଣ୍ଡି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥକୁ ଶୁଭାରମ୍ଭ କରାଯାଇଛି । କଳାହାଣ୍ଡି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ତନ୍ମୟ କୁମାର ଦରୱାନ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶିଶୁ ଶ୍ରମିକ ନିରାକରଣ ରଥକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଶିଶୁ ଶ୍ରମିକ ନିରାକରଣ ନେଇ ବିଭିନ୍ନ ଆଇନ୍ ଓ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ବନ୍ଧରେ ଜନସାଧାରଣଙ୍କୁ ସଚେତନତା କରାଯିବା ସହ ଡାକବାଜି ଯନ୍ତ୍ର ଦ୍ବାରା ପ୍ରଚାର କରାଯିବ । ହୋଟେଲ, ଠିକାଦାର, ଦୋକାନୀ, କାରଖାନା, ଶିଳ୍ପ, ବୋଲି ଯେ କୌଣସି ଘରୋଇ ମାଲିକ ଶିଶୁ ଶ୍ରମିକ ମାନଙ୍କୁ କୌଣସି କାର୍ଯ୍ୟରେ ନିୟୋଜିତ ନ କରନ୍ତି ସେ ବିଷୟରେ ଏହି ରଥ ବିଭିନ୍ନ ସ୍ଥାନରେ ପରିକ୍ରମା କରି ଜନସାଧାରଣଙ୍କ ନିକଟରେ ସଚେତନତା କରାଯିବ। ଶିଶୁ ଶ୍ରମିକ ଉଚ୍ଛେଦ ନୀତିର ଉଲଙ୍ଘନ କଲେ ଦୋଷୀଙ୍କ ବିରୁଦ୍ଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ସମ୍ବନ୍ଧରେ ମଧ୍ୟ ଅବଗତ କରାଯାଇଅଛି । ଏବଂ ୧୪ ବର୍ଷରୁ କମ୍ ପିଲାଙ୍କୁ କାମରେ ଲଗାଇବା, ୧୫ ରୁ ୧୮ ବର୍ଷ କିଶୋର ମାନଙ୍କୁ ବିପଦ ସଙ୍କୁଳ ବୃତ୍ତା କାର୍ଯ୍ୟରେ ନିଯୁକ୍ତ କରିବା ଘଟଣା ଦୃଷ୍ଟି ଗୋଚର ହେଲେ ତୁରନ୍ତ ଜିଲ୍ଲା ଶ୍ରମ ଅଧୂକାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧୂକାରୀ କିମ୍ବା ଜିଲ୍ଲାପାଳଙ୍କୁ ଅବଗତ କରି ପାରିବେ କିମ୍ବା ନିଶୁକ୍ଳ ଶ୍ରମିକ ସହାୟତା ହେଲ୍ସ ଲାଇନ୍ ନମ୍ବର ୧୫୫୩୬୮ ଏବଂ ଚାଇଲ୍ଡ଼ ଲାଇନ୍ ନମ୍ବର ୧୦୯୮ ସହିତ ଯୋଗାଯୋଗ କରିବା ପାଇଁ କୁହାଯାଇଛି । ବିଭିନ୍ନ ସମୟରେ ପ୍ରଶାସନ ତରଫରୁ ଧରପଗଡ଼ କରାଯାଇ ମଧ୍ୟ ଶିଶୁ ଶ୍ରମିକ ମାନଙ୍କୁ ଉଦ୍ଧାର କରାଯାଇ ସେମାନଙ୍କ ଥଇଥାନ ବ୍ୟବସ୍ଥା ସହ ପାଠପଢ଼ା ଓ ଅନ୍ୟାନ୍ୟ ଦାୟିତ୍ଵ ସରକାରଙ୍କ ତରଫରୁ ବହନ କରାଯାଉଅଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଶୈଳେନ୍ଦୁ ଶେଖର ମହାପାତ୍ର , ଜିଲ୍ଲା ଶ୍ରମ ଅଧୂକାରୀ ଶ୍ରୀ ଜିତମ ମାଝୀ , ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ରୂପସିଂ ରାଉତ, ଜିଲ୍ଲା ଶିଶୁ ସୁରକ୍ଷା ବିଭାଗର କର୍ମଚାରୀଙ୍କ ସମେତ ବିଭିନ୍ନ ବିଭାଗର ଅଧୂକାରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।

