ଏଥର ସମ୍ଭାଳ ବ୍ୟୁରୋ(ଭୁବନେଶ୍ଵର)- ବାଲେଶ୍ଵର ଏଫଏମ କଲେଜ ଛାତ୍ରୀ ସୈାମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା ପ୍ରତିବାଦରେ ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ରାଜ୍ୟ କଂଗ୍ରେସ। ଏହାକୁ ବାମ ଦଳ ସମେତ ଅନ୍ୟ ବିରୋଧୀ ଦଳ ସମର୍ଥନ କରିଛନ୍ତି। ବିଦ୍ୟାଳୟ, କଲେଜ ଓ ଦୋକାନ ବଜାର ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି।ପିସିସି ସଭାପତି ଭକ୍ତ ଦାସ କହିଛନ୍ତି ଯେ ଏ ସରକାର ଶାସନକଳକୁ ଚଳାଇବାରେ ଅସମର୍ଥ। ତେଣୁ ସେମାନେ ଓହରି ଯାଆନ୍ତୁ। କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ କହିଛନ୍ତି ଯେ ଏହି ଘଟଣା ପାଇଁ ରାଜ୍ୟ ସରକାର ଦାୟୀ। ନୈତିକତା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ଇସ୍ତଫା ଦିଅନ୍ତୁ। କଂଗ୍ରେସ ଏହି ପ୍ରସଙ୍ଗକୁ ବିଧାନସଭାରେ ଉଠାଇବ।କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ଆତ୍ମହତ୍ୟା ନୁହେଁ। ଏହା ବ୍ୟବସ୍ଥା ଦ୍ବାରା ଏକ ସଂଗଠିତ ହତ୍ୟାକାଣ୍ଡ। ଯୈାନ ଶୋଷଣ ବିରୁଦ୍ଧରେ ସାହାସୀ ଝିଅଟି ସ୍ଵର ଉଠାଇଥିଲା। କିନ୍ତୁ ତାକୁ ଚପାଇ ଦେବାକୁ ଚେଷ୍ଟା କରାଯାଇଥିଲା। ତାଙ୍କୁ ଅପମାନିତ କରାଯାଇଥିଲା। ଅଧ୍ୟାପକଙ୍କ ବିରୋଧରେ ମାନସିକ ନିର୍ଯାତନା ଆଣି ଗତ ଶନିବାର ଆତ୍ମାହୁତି ଉଦ୍ୟମ କରି ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଥିବା ଛାତ୍ରୀ ସୈାମ୍ୟାଶ୍ରୀ (୨୦) ସୋମବାର ରାତିରେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ଆଜି ଭୋଗରାଇର ପଳାସିଆରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି।
୧୭ରେ ବନ୍ଦ ରହିବା ସାରା ଓଡ଼ିଶା ….!

