୩୧ତମ ଜିଲ୍ଲାସ୍ତରୀୟ ସଡକ ସୁରକ୍ଷା ସପ୍ତାହ : ଜନସାଧାରଣଙ୍କୁ ସଚେତନତା ଉଦ୍ଦେଶ୍ୟରେ ବାଇକ୍ ଶୋଭାଯାତ୍ରା ।

!!!ଗଜପତି ଜିଲ୍ଲା ରୁ ପାରଳାଖେମୁଣ୍ଡି ଟାଉନ ପ୍ରତିନିଧି ଅନିତା କୁମାରୀ ଅଧିକାରୀ ଙ୍କ ରିପୋର୍ଟ୍ !!!

ଏଥର ସମ୍ଭାଳ (ପାରଳାଖେମୁଣ୍ଡି) – ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଆଦର୍ଶ ଥାନା ପରିସରରୁ ଜିଲ୍ଲା ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ୩୧ ତମ ସଡକ ସୁରକ୍ଷା ସପ୍ତାହ ପାଳନ ଅବସରରେ ଜନସାଧାରଣଙ୍କୁ ସଚେତନତା କରବା ଉଦ୍ଦେଶ୍ୟ ନେଇ ବାଇକ୍ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଶୋଭାଯାତ୍ରା କାର୍ଯ୍ୟକ୍ରମକୁ ଗଜପତି ଜିଲ୍ଲାପାଳ ଅନୁପମ ସାହା ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସାରା ଶର୍ମା ମିଳିତ ଭାବେ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।ଶୋଭାଯାତ୍ରାଟି ଆଦର୍ଶ ଥାନା ପରିସରରୁ ବାହାରି ପାରଳାଖେମୁଣ୍ଡି ସହର ପରିକ୍ରମା କରିଥିଲା। ଶୋଭାଯାତ୍ରାରେ ବାଇକ୍ ଆରୋହୀ ମାନେ ସମସ୍ତଙ୍କୁ ହେଲମେଟ ପିନ୍ଧିବା ପାଇଁ ସଚେତନ କରିଥିବା ବେଳେ ହେଲମେଟ ପିନ୍ଧି ଥିବା ବାଇକ୍ ଚାଳକ ମାନଙ୍କୁ ଜିଲ୍ଲାପାଳ ଓ ଏସପି ଆଦର୍ଶ ଥାନା ସମ୍ମୁଖରେ ଚକଲେଟ୍ ବାଣ୍ଟି ସ୍ୱାଗତ କରିଥିଲେ।ଏହି ସଚେତନତା କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଭାରପ୍ରାପ୍ତ ପରିବହନ ଅଧିକାରୀ ତଥା ଉପ-ଜିଲ୍ଲାପାଳ ରଜନୀ କାନ୍ତ ସ୍ୱାଇଁ, ଯାନବାହାନ ନିରୀକ୍ଷକ ବସନ୍ତ ମହାପାତ୍ର, ପାରଳା ଥାନା ଅଧିକାରୀ ବିବେକାନନ୍ଦ ସ୍ୱାଇଁ ପୌର ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଶୋକ କୁମାର ରାଉତଙ୍କ ସମେତ ସାମ୍ବାଦିକ ବନ୍ଧୁ ଓ ସାଧାରଣ ଲୋକ ମାନେ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *