!!! ଗଞ୍ଜାମ୍ ଜିଲ୍ଲା ଖଲ୍ଲିକୋଟ ରୁ ଅଶ୍ଵିନ କୁମାର ମହାନ୍ତି ଙ୍କ ରିପୋର୍ଟ୍ !!!

ଏଥର ସମ୍ଭାଳ (ଖଲ୍ଲିକୋଟ) – ଗଞ୍ଜାମ ଜିଲ୍ଲାର ଖଲିକୋଟ ବ୍ଳକ ଅନ୍ତର୍ଗତ ବଧିନୂଆଁପଲୀ ପଞ୍ଚାୟତର କେ ଝୋଳାମାଳ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବଣ୍ଟନ ଓ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସମାଜସେବୀ ଅଶୋକ କୁମାର ତ୍ରିପାଠୀ ମୂଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ଦୂର୍ଯୋଧନ ପଲେଇ ମୂଖ୍ୟ ବକ୍ତା ଭାବରେ ଯୋଗ ଦେଇଥିଲେ । ସ୍ଥାନୀୟ ସରପଞ୍ଚ ବାସୁଦେବ ରାଉତ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ । ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ବିଦେଶୀ ଭୋଳ ସଭାପତିତ୍ବ କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭାଗିରଥି ସେଠୀ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବାବେଳେ ସହକାରୀ ଶିକ୍ଷୟିତ୍ରୀ ଶୁଭସ୍ମିତା ଦଳେଇ ସହଯୋଗ କରିଥିଲେ । ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ମଞ୍ଚସ୍ଥ କରାଯାଇଥିଲା । ଏୟାହିରେ ଅଭିଭାବକ ଓ ଆଖପାଖ ଅଞ୍ଚଳର ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ଉପଭୋଗ କରିଥିଲେ ।।

LEAVE A REPLY

Please enter your comment!
Please enter your name here