ରାଜ୍ୟସଭା ନିର୍ବାଚନ ପାଇଁ ବିଜେଡିର ଚାରି ପାର୍ଥୀଙ୍କ ନାମ ଘୋଷିତ l
ଏଥର ସମ୍ଭାଳ ବ୍ୟୁରୋ (ଭୁବନେଶ୍ବର) – ଆସନ୍ତା 26 ତାରିଖରେ ହେବାକୁ ଯାଉଛି ରାଜ୍ୟସଭା ନିର୍ବାଚନ l ୧୭ ରାଜ୍ୟରେ ଖାଲିପଡ଼ିଥିବା ୫୫ ଆସନରେ ଏହି ନିର୍ବାଚନ ହେବ।ସେଥିପାଇଁ ଓଡ଼ିଶାର ଖାଲି ପଡିଥିବା ୪ଟି ରାଜ୍ୟସଭା ଆସନ ପାଇଁ ପ୍ରାର୍ଥୀଙ୍କ ପାଇଁ ନାମ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ l ସେମାନେ ହେଲେ ହେଲେ ସୁବାସ ସିଂ, ମୁନା ଖାଁ, ସୁଜିତ୍ କୁମାର ଓ ମମତା ମହନ୍ତ। ପ୍ରାର୍ଥୀଙ୍କ ନାମ ଘୋଷଣା ପରେ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି l ସମସ୍ତ ପାର୍ଥୀ ଯେପରି ବିଜୟ ହାସଲ କରିବେ ସେଥିପାଇଁ ବିଜେଡି ମହଲରେ ପ୍ରସ୍ତୁତି ଚାଲିଛି l

