ଏଥର ସମ୍ଭାଳ ବ୍ୟୁରୋ (ଭୁବନେଶ୍ୱର) – ଫେବୃୟାରୀ ୭ ତାରିଖରୁ ୯ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାରେ ଘନ କୁହୁଡ଼ି ଦେଖାଯିବାର ସମ୍ଭାବନା ରହିଥିବା ବେଳେ ୮ ରୁ ୯ ତାରିଖ ମଧ୍ୟରେ ଉତ୍ତର ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ କୁଆପଥର ସହ ବର୍ଷା ହୋଇପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି)ର ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ଼, ଦେବଗଡ, ବଲାଙ୍ଗୀର, ସୋନପୁର, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଏବଂ ଯାଜପୁର ପ୍ରଭୃତି ଜିଲ୍ଲାଗୁଡ଼ିକରେ ଫେବୃୟାରୀ ୮ ତାରିଖରେ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ସେହିଦିନ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟମ ଧରଣର କୁହୁଡି ହେବାର ସମ୍ଭାବନା ରହିଛି।
ୱେଷ୍ଟର୍ଣ୍ଣ ଡିଷ୍ଟରବାନ୍ସ ଯୋଗୁଁ ଉଭୟ ଦିନ ଏବଂ ରାତିର ତାପମାତ୍ରା ଫେବୃୟାରୀ ୭ ତାରିଖ ପର୍ଯ୍ୟନ୍ତ ବଢ଼ିପାରେ। ତେବେ ଏହା ପରେ ବର୍ଷା ହେବା ଯୋଗୁଁ ତାପମାତ୍ରା କମିବା ସହ ଆକାଶ ମେଘାଚ୍ଛନ୍ନ ରହିବାର ସମ୍ଭାବନା ରହିଛି। ଫେବୃୟାରୀ ୧୦ ରୁ ୧୨ ମଧ୍ୟରେ ଉଭୟ ଦିନ ଓ ରାତିର ତାପମାତ୍ରା କମିପାରେ ବୋଲି ସିଇସିର ବୁଲେଟିନରେ ସୂଚନା ଦିଆଯାଇଛି।