କରୋନା କବଳରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ।

ଏଥର ସମ୍ଭାଳ ବ୍ୟୁରୋ (ଭୁବନେଶ୍ଵର)- କରୋନାରେ ଆକ୍ରାନ୍ତ ହୋଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ। ଏନେଇ ସେ ନିଜେ ସୂଚନା ଦେଇଛନ୍ତି। ପଜିଟିଭ ଚିହ୍ନଟ ପରେ ମନ୍ତ୍ରୀ ଶ୍ରୀ ଦାସ ଆଇସୋଲେସନରେ ରହିଥିବା ନେଇ ଟ୍ୱିଟ କରିଛନ୍ତି। ଏଥିସହ ଗତ ୩ ଦିନରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଟେଷ୍ଟ କରାଇନେବାକୁ ପରାମର୍ଶ ଦେଇଛନ୍ତି। ଚନାଯୋଗ୍ୟ, ରାଜ୍ୟରେ ଏବେ କରୋନା ସାଂଘାତିକ ରୂପ ନେଉଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୭୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୧୫୭୯ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ହେଉଛି ୧୧୨୪ଟି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୪୦୯ ଜଣ ଅଛନ୍ତି।

Leave a Reply

Your email address will not be published. Required fields are marked *