ମେଷ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ଧନପ୍ରାପ୍ତିର ଯୋଗ ରହିଛି। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସା ପାଇବେ।
ବୃଷ: ମାନ-ସମ୍ମାନ ବୃଦ୍ଧି ହେବ। ନୂତନ ଲୋକଙ୍କ ସହ ବନ୍ଧୁତ୍ୱ ସ୍ଥାପନ ହେବ। ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ।
ମିଥୁନ: ଶୁଭ ସମ୍ବାଦ ପାଇବେ। ମାନସିକ ଦୁଶ୍ଚିନ୍ତା ଦୂରହେବ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁସମ୍ପର୍କ ସ୍ଥାପନ ହେବ।
କର୍କଟ: ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବେ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ। ଭାଇଭଉଣୀମାନଙ୍କ ସହ ମନୋମାଳିନ୍ୟ ଦୂର ହୋଇ ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବ।
ସିଂହ: ସ୍ୱାସ୍ଥ୍ୟ ଭଲ ରହିବ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଋଣଭାର ଲାଘବ ହେବ।
କନ୍ୟା: କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
ତୁଳା: ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ଅଧିକ ପରିଶ୍ରମ କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।
ବିଚ୍ଛା: ମନବଳ ଦୃଢ଼ ରହିବ। ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ନୂଆ ନିଯୁକ୍ତି ପାଇବାର ସମ୍ଭାବନା ରହିଛି।
ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଆର୍ଥିକସ୍ଥିତି ସ୍ୱଚ୍ଛଳ ରହିବ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ।
ମକର: ବାକିଥିବା ଅର୍ଥ ପ୍ରାପ୍ତି ହେବ। ପରିବାର ସଦସ୍ୟଙ୍କ ବାହାରକୁ ବୁଲିବାକୁ ଯାଇପାରନ୍ତି। ଘରକୁ ଅତିଥି ଆସିପାରନ୍ତି।
କୁମ୍ଭ: ସନ୍ତାନର ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ।
ମୀନ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।