!!! ରାୟଗଡା ରୁ ଜିଲ୍ଲା ସ୍ଵତନ୍ତ୍ର ପ୍ରତିନିଧି ପି॰ଦିଲ୍ଲୀପ କୁମାର ଙ୍କ ରିପୋର୍ଟ !!!
ଏଥର ସମ୍ଭାଳ (ରାୟଗଡା)- ଆଜି ରାୟଗଡ ଜିଲ୍ଲା ଆଇନ ସେବା ପ୍ରାଧିକରଣ ରାୟଗଡା ତତ୍ତ୍ବାବଧାନରେ ରାୟଗଡା ଜିଲ୍ଲା ସିଭିଲକୋର୍ଟ ପରିସରରେ ଆଜି ୩ୟ ରାଷ୍ଟ୍ରିୟ ଲୋକଅଦାଲତ ଅନୁଷ୍ଠିତ ହୋଇଯାଇଛି। ଏହି ଲୋକ ଅଦାଲତରେ ରାୟଗଡା ମୂଖ୍ୟ କୋର୍ଟ ସମେତ ଗୁଣୁପୁର,ବିଷମକଟକ, କାଶିପୁର ରେ ଦୀର୍ଘ ଦିନ ଧରି ପଡିରହିଥିବା ୩୧୮ ଟି ମାମଲାର ଫଇସଲା ହୋଇ ଜରିମାନା ବାବଦକୁ ଟ.୫୩,୧୫,୯୨୩(ତେପନ ଲକ୍ଷ ପନ୍ଦର ହଜାର ନଅଶହ ତେଇଶି) ଟଙ୍କା ଓ ପ୍ରିଲିଟିଗେସନ ସମ୍ବନ୍ଧିତ ୧୯ଟି ମାମଲାର ଫଇସଲା ହୋଇ ଜରିମାନା ବାବଦକୁ ଟ.୪,୫୫,୧୦୦(ଚାରି ଲକ୍ଷ ପଞ୍ଚାବନ ହଜାର ଶହେ) ଟଙ୍କା ଆଦାୟ ହୋଇଛି । ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଦୌରା ଜଜ୍ ଶ୍ରୀ ବିକ୍ରମ କେଶରୀ ପଟ୍ଟନାୟକ ଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଲୋକ ଅଦାଲତ କୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଂପାଦିକା ଶ୍ରୀମତି ନିବେଦିତା ପଣ୍ଡା ପରିଚାଳନା କରିଥିଲେ। ଏଥିରେ ପରିବାର ଅଦାଲତ ର ବିଚାରପତି ଶ୍ରୀ ଅମ୍ରୁତ ରଞ୍ଜନ ନନ୍ଦ, ଅତିରିକ୍ତ ଜିଲ୍ଲାଜଜ୍ ଶ୍ରୀମତି ରୀନା ଚୌଧୁରି, ସ୍ଥାୟୀ ଲୋକଅଦାଲତର ଅଧ୍ୟକ୍ଷ ଶ୍ରୀ ହିମାଂଶୁ ଶେଖର ବ୍ରହ୍ମା, ରେଜିଷ୍ଟର ଶ୍ରୀ ଦେବିଯୋତି ମହାପାତ୍ର, ବରିଷ୍ଠ ଦଣ୍ଡାଧିକାରୀ ଶ୍ରୀମତି ମିନାକ୍ଷୀ ପ୍ରିୟଦର୍ଶନୀ, ମହିଳା କୋର୍ଟ ର ବିଚାରପତି ଶ୍ରୀମତି ସୋନଲ ଶର୍ମା, ବରିଷ୍ଠ ଦେୱାନୀ ବିଚାରପତି ଶ୍ରୀ ସୌମ୍ୟରୂପ ସାହୁ, ଅନୁବିଭାଗୀୟ ଦଣ୍ଡାଧିକାରୀ ଶ୍ରୀ ଗୁରିଚରଣ ଜେନାମଣୀ, ଗ୍ରାମ୍ୟ ନ୍ୟାୟାଧିକାରୀ ଶ୍ରୀମତି ସୁବାସିନୀ ବେହେରା ପ୍ରମୁଖ ଯୋଗଦେଇଥିଲେ। ଜିଲ୍ଲା ଆଇନ ସେବା ପ୍ରାଧିକରଣ ତଥା ଜିଲ୍ଲା ଅଦାଲତ ର କର୍ମଚାରୀ ମାନେ ଏଥିରେ ସହଯୋଗ କରିଥିଲେ।