ପଞ୍ଚାୟତ ନିବାହୀ ଅଧିକାରୀମାନେ କଲମ ଛାଡି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ…!

!!! ପାରଳାଖେମୁଣ୍ଡି ରୁ ସନ୍ତୋଷ କୁମାର ପାଟ୍ଟଯୋଷୀ ଙ୍କ ରିପୋର୍ଟ !!!

ଏଥର ସମ୍ଭାଳ (ପାରଳାଖେମୁଣ୍ଡି)- ରାଜ୍ୟ ସଂଘର ଆହ୍ବାନ କ୍ରମେ ପଞ୍ଚାୟତ ନିର୍ବାହୀ ଅଧିକାରୀ ସଂଘ ପକ୍ଷରୁ ଜିଲ୍ଲା ସଭାପତି ଶ୍ରୀ ରାଜେନ୍ଦ୍ର କୁମାର ରଥଙ୍କ ଅଧ୍ୟକ୍ଷତାରେ ପଞ୍ଚାୟତ ନିର୍ବାହୀ ଅଧିକାରୀମାନଙ୍କର ଏକ ଶୋଭାଯାତ୍ରା ରେ ଏହି ଅଭିଯୋଗ ସ୍ଥାନୀୟ ଗୁଣ୍ଡିଚା ମନ୍ଦିର ଠାରୁ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ପହଞ୍ଚି ଅଫିସ ସମ୍ମୁଖରେ ଧାରଣାରେ ବସିଥିଲେ । ଏହି କାର୍ଯ୍ୟକ୍ରମରେ ସମ୍ପାଦକ ଶ୍ରୀ ସନ୍ତୋଷ କୁମାର ବାହାଦୂର , ଉପ ସଭାପତି ଶ୍ରୀ ମଧୁ ପୋଲାକି , କୋଷାଧ୍ୟକ୍ଷ ଶ୍ରୀ ମନୋଜ ପଣ୍ଡା ଓ ରାଜ୍ୟ ସଂଯୋଜକ ଶ୍ରୀ ନୃସିଂହ ଚରଣ ମିଶ୍ରଙ୍କ ସହିତ ସମସ୍ତ ସାତ ଗୋଟି ବ୍ଳକର ପଞ୍ଚାୟତ ନିର୍ବାହୀ ଅଧିକାରୀ ଯୋଗ ଦେଇଥିଲେ। ସରକାରଙ୍କ ନିକଟରେ ଉପସ୍ଥାପିତ ଦାବି ମଧ୍ୟରେ ପଞ୍ଚାୟତ ନିର୍ବାହୀ ଅଧିକାରୀ ଚାକିରି ସର୍ତ୍ତାବଳୀରେ ଶିକ୍ଷାଗତ ଯୋଗ୍ୟତା ଯୁକ୍ତ ଦୁଇ ବଦଳରେ ଯୁକ୍ତ ତିନିକୁ ପରିବର୍ତ୍ତନ କରାଯିବା ସହ ଦରମାରେ ଥିବା ଅସଙ୍ଗତି ଦୂର କରିବା , ପଞ୍ଚାୟତ ରାଜ ବିଭାଗର କ୍ୟାଡରରେ ପଞ୍ଚାୟତ ନିର୍ବାହୀ ଅଧିକାରୀ ମାନଙ୍କୁ କ୍ୟାଡରଭୁକ୍ତ କରିବା , ଶତପ୍ରତିଶତ ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ରୂପେ ପଦୋନ୍ନତି ଦେବା ଆଦି ଅନ୍ତର୍ଭୁକ୍ତ। ଉକ୍ତ ଦାବିଗୁଡିକୁ ପୂରଣ କରିବାରେ ସରକାର ବିଫଳ ହେବାରୁ ଆଜି ( ଶୁକ୍ରବାର ଦିନ ) ଠାରୁ ପଞ୍ଚାୟତ ନିବାହୀ ଅଧିକାରୀମାନେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ କଲମ ଛାଡ ଆନ୍ଦୋଳନ ସହିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ। ଏଥି ସହ ଏକ ଦାବି ପତ୍ର ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଥିଲା। ଏହି ସମସ୍ତ କାର୍ଯ୍ୟକ୍ରମକୁ ସନ୍ତୋଷ କୁମାର ପଟ୍ଟନାୟକ , କେ. ମୂରଲୀ , ରାସ ବିହାରୀ ପାତ୍ର ପରିଚାଳନା କରିଥିଲେ।

Leave a Reply

Your email address will not be published. Required fields are marked *