କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ…!

ଏଥର ସମ୍ଭାଳ ବ୍ୟୁରୋ (ନୂଆଦିଲ୍ଲୀ/ଭୁବନେଶ୍ୱର) – ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଜଏରାମ ଠାକୁର ବୁଧବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୂଆଦିଲ୍ଲୀ ସ୍ଥିତ ବାସଭବନରେ ଭେଟିଛନ୍ତି । ଉଭୟେ ହିମାଚଳ ପ୍ରଦେଶର ବିକାଶ ପାଇଁ ତୈଳ ଏବଂ ଗ୍ୟାସ ଭିତିଭିମିକୁ ମଜବୁତ୍ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି ।ସେହିପରି ରାଜ୍ୟର ବିକାଶ ପାଇଁ ଅନନ୍ୟ ପ୍ରସଙ୍ଗରେ ମଧ୍ୟ ଉଭୟ ଆଲୋଚନା କରିଥିବା ଟ୍ୱିଟ୍ କରି ଶ୍ରୀ ପ୍ରଧାନ ଜଣାଇଛନ୍ତି ।ଏହି ଆଲୋଚନା କାଳରେ ଉଭୟ ମନ୍ତ୍ରୀ ହିମାଚଳ ପ୍ରଦେଶର ସିଟି ଗ୍ୟାସ ବିତରଣ(ସିଜିଡି) ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ମଧ୍ୟ ଚର୍ଚ୍ଚା କରିଥିଲେ । ଏହି ପ୍ରକଳ୍ପ ଗୁଡିକ ଥରେ ସମ୍ପୂର୍ଣ୍ଣ ହୋଇଗଲେ ରାଜ୍ୟର ସମସ୍ତ ଘର, ଶିଳ୍ପ ଏବଂ ବାଣିଜ୍ୟିକ କେନ୍ଦ୍ର ଗୁଡିକୁ ସ୍ୱଚ୍ଛ ପ୍ରାକୃତିକ ଇନ୍ଧନ ଯୋଗାଯାଇପାରିବ । ଏହି ପ୍ରକଳ୍ପ ସ୍ୱଚ୍ଛ ଇନ୍ଧନ ବିକାଶରେ ଅଗ୍ରସର ହେବ ତଥା ହିମାଚଳ ପ୍ରଦେଶକୁ କମ୍ ଅଙ୍ଗାରକାମ୍ଳଯୁକ୍ତ ଅର୍ଥବ୍ୟବସ୍ଥା ବନାଇବା ପାଇଁ ସହାୟକ ହେବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

Leave a Reply

Your email address will not be published. Required fields are marked *