ଏଥର ସମ୍ଭାଳ ବ୍ୟୁରୋ (ଭୁବନେଶ୍ୱର) – ଓଡ଼ିଶାରେ ଆଜି ବିଭିନ୍ନ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ିର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, କନ୍ଧମାଳ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାର କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟ ସବୁ ଜିଲ୍ଲା ଗୁଡିକରେ ପାଗ ପ୍ରାୟ ଶୁଖିଲା ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ଏହି ମାସ ଶେଷ ସପ୍ତାହରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସୂଚନାଯୋଗ୍ୟ, କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ୨ ଦିନ ବର୍ଷା ହେବ ବୋଲି ଗତ ଶୁକ୍ରବାର ପୂର୍ବାନୁମାନ କରିଥିଲା ପାଣିପାଗ ବିଭାଗ। ଏହା ପ୍ରଭାବରେ ଏହି ବର୍ଷା ହେଉଥିବା ଅନୁମାନ କରାଯାଉଛି।