ଦିଲ୍ଲୀ ନିର୍ବାଚନ ଲାଗି ବିଜେପି ଜାରି କରିଲା ତାର ପ୍ରଥମ ପ୍ରାର୍ଥୀ ତାଲିକା; ଜାଣନ୍ତୁ, କେଜ୍ରିୱାଲଙ୍କ ବିରୋଧରେ କାହାକୁ ଟିକେଟ ଦେଲା ବିଜେପି

ଏଥର ସମ୍ଭାଳ ବ୍ୟୁରୋ(ନୂଆଦିଲ୍ଲୀ)- ଗାନ୍ଧୀ ନଗର ବିଧାୟକ ଅନୀଲ ବାଜପେୟୀଙ୍କୁ ଏଥର ଟିକେଟ ଦେଇନି ବିଜେପି। ତାଙ୍କ ବଦଳରେ ପୂର୍ବତନ ଦିଲ୍ଲୀ କଂଗ୍ରେସ ମୁଖ୍ୟ ଅରବିନ୍ଦର ସିଂହ ଲଭଲୀଙ୍କୁ ଦଳ ଟିକେଟ ଦେଇଛି। ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଛି ବିଜେପି। ଏହି ପର୍ଯ୍ୟାୟରେ ୨୯ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ଦଳ। ତା’ ମଧ୍ୟରେ ରହିଛି ପୂର୍ବତନ ଲୋକସଭା ସାଂସଦ ପ୍ରବେଶ ସାହିବ ସିଂହ ବର୍ମା ଓ ରମେଶ ବିଧୂଡ଼ୀଙ୍କ ନାଁ। ନୂଆଦିଲ୍ଲୀ ଆସନରେ ଆପ୍ ମୁଖ୍ୟ ଅରବିନ୍ଦ କେଜ୍ରିୱାଲଙ୍କ ବିପକ୍ଷରେ ପ୍ରବେଶଙ୍କୁ ଦଳ ପ୍ରାର୍ଥୀ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ବିପକ୍ଷରେ କାଲକାଜୀରେ ବରିଷ୍ଠ ନେତା ରମେଶ ବିଧୂଡ଼ୀଙ୍କୁ ଛିଡ଼ା କରିଛି। ସେହିପରି ଆପ୍ ଛାଡ଼ି ବିଜେପିରେ ମିଶିଥିବା ପୂର୍ବତନ ମନ୍ତ୍ରୀ ରାଜ କୁମାର ଆନନ୍ଦ ଓ କୈଳାଶ ଗହଲୋତଙ୍କୁ ମିଳିଛି ଟିକେଟ। ରାଜ କୁମାର ଆନନ୍ଦଙ୍କୁ ପଟେଲ ନଗରରୁ ପ୍ରାର୍ଥୀ କରାଯାଇଥିବା ବେଳେ କୈଳାଶ ଗହଲୋତଙ୍କୁ ବିଜୱାସନରୁ ଟିକେଟ ଦିଆଯାଇଛି। ଆପ୍‌ରୁ ବିଜେପିକୁ ଡେଇଁଥିବା ବିଧାୟକ କରତାର ସିଂହ ତନୱରଙ୍କୁ ଛତରପୁର ଆସନରୁ ପ୍ରାର୍ଥୀ କରାଯାଇଛି। ଗାନ୍ଧୀ ନଗର ବିଧାୟକ ଅନୀଲ ବାଜପେୟୀଙ୍କୁ ଏଥର ଟିକେଟ ଦେଇନି ବିଜେପି। ତାଙ୍କ ବଦଳରେ ପୂର୍ବତନ ଦିଲ୍ଲୀ କଂଗ୍ରେସ ମୁଖ୍ୟ ଅରବିନ୍ଦର ସିଂହ ଲଭଲୀଙ୍କୁ ଦଳ ଟିକେଟ ଦେଇଛି। ଶୀଲା ଦିକ୍ଷୀତଙ୍କ ନେତୃତ୍ୱାଧୀନ ସରକାରରେ ୨୦୦୩ରୁ ୨୦୧୩ ପର୍ଯ୍ୟନ୍ତ ମନ୍ତ୍ରୀ ଥିବା ଲଭଲୀ ଗତ ବର୍ଷ ବିଜେପିରେ ଯୋଗ ଦେଇଥିଲେ। କଂଗ୍ରେସ ଛାଡ଼ି ବିଜେପିରେ ମିଶିଥିବା ପୂର୍ବତନ ମନ୍ତ୍ରୀ ରାଜକୁମାର ଚୌହାନଙ୍କୁ ମଙ୍ଗଲପୁରୀରୁ ଟିକେଟ ମିଳିଛି। ଦିଲ୍ଲୀ ବିଜେପିର ପୂର୍ବତନ ସଭାପତି ସତୀଶ ଉପାଧ୍ୟାୟ ମାଲବୀୟ ନଗରରୁ ପ୍ରାର୍ଥୀ ହୋଇଥିବା ବେଳେ ମନୋଜ ଶୌକୀନ ଓ ବିଜେନ୍ଦ୍ର ଗୁପ୍ତା ଯଥାକ୍ରମେ ନାଙ୍ଗଲୋଇ ଜାଟ୍‌ ଓ ରୋହିଣୀ ଆସନରୁ ଟିକେଟ ପାଇଛନ୍ତି। ନୂଆଦିଲ୍ଲୀ ଆସନରେ ଆପ୍‌ରୁ ଅରବିନ୍ଦ କେଜ୍ରିୱାଲ ପ୍ରାର୍ଥୀ ହୋଇଥିବା ବେଳେ ବିଜେପିରୁ ପ୍ରବେଶ ବର୍ମା ଓ କଂଗ୍ରେସରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଶୀଲା ଦିକ୍ଷୀତଙ୍କ ପୁଅ ସନ୍ଦୀପ ଦିକ୍ଷୀତ ପ୍ରାର୍ଥୀ ହୋଇଛନ୍ତି। ତେଣୁ ଏଠାରେ ଜୋରଦାର ଲଢ଼େଇ ହେବ ବୋଲି କୁହାଯାଉଛି। ସେହିପରି କାଲକାଜୀରେ ଆପ୍ ମୁଖ୍ୟମନ୍ତ୍ରୀ ଆତିଶୀଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିଜେପି ରମେଶ ବିଧୁଡ଼ୀ ଓ କଂଗ୍ରେସ ଅଳକା ଲାମ୍ବାଙ୍କୁ ପ୍ରାର୍ଥୀ କରିଛି। ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆପ୍ ସମସ୍ତ ୭୦ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ କଂଗ୍ରେସ ଏଯାବତ ୨୧ ଜଣଙ୍କ ନାଁ ଘୋଷଣା କରିଛି।

ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେସନ କେବେ ଲୋକାର୍ପିତ ହେବ ? ତାକୁ ନେଇ ସମୀକ୍ଷା କଲେ ଅପରାଜିତା

ଏଥର ସମ୍ଭାଳ ବ୍ୟୁରୋ(ଭୁବନେଶ୍ଵର)- ମାଷ୍ଟରକ୍ୟାଣ୍ଟିନସ୍ଥିତ ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେସନର ନବୀକରଣ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି। ଆଜି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀର ଉନ୍ନୟତ କାର୍ଯ୍ୟର ସମୀକ୍ଷା କରିଛନ୍ତି। ବୈଠକରେ ରେଳ ବିଭାଗର ସମସ୍ତ ଅଧିକାରୀମାନେ ଉପସ୍ଥିତ ଥିଲେ। ରେଳ ଷ୍ଟେସନ୍‌ରେ ମିଳିବ ଏୟାପୋର୍ଟର ସୁବିଧା! ଯେଉଁଥିପାଇଁ ନୂଆ ରୂପ ନେଉଛି ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେସନ୍‌। ଯାହାର ନବୀକରଣ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି। ଆଜି ନବୀକରଣ କାର୍ଯ୍ୟର ସମୀକ୍ଷା କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ। ଅଗଷ୍ଟ ସୁଦ୍ଧା ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେସନର ନବୀକରଣ କାର୍ଯ୍ୟ ଲୋକାର୍ପିତ ହୋଇପାରେ ବୋଲି ସାଂସଦ ଆଶାବ୍ୟକ୍ତ କରିଛନ୍ତି। ମାଷ୍ଟରକ୍ୟାଣ୍ଟିନସ୍ଥିତ ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେସନର ନବୀକରଣ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି। ଆଜି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀର ଉନ୍ନୟତ କାର୍ଯ୍ୟର ସମୀକ୍ଷା କରିଛନ୍ତି। ବୈଠକରେ ରେଳ ବିଭାଗର ସମସ୍ତ ଅଧିକାରୀମାନେ ଉପସ୍ଥିତ ଥିଲେ। ନିର୍ଦ୍ଧାରିତ ସମୟରେ ନବୀକରଣ କାର୍ଯ୍ୟ ସାରିବାକୁ ସମସ୍ତ ଅଧିକାରୀଙ୍କୁ ସାଂସଦ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ବର୍ତ୍ତମାନ କାର୍ଯ୍ୟକ୍ଷମ ଥିବା ପୁରୁଣା ଷ୍ଟେସନରେ ଯାତ୍ରୀମାନଙ୍କର କୌଣସି ଅସୁବିଧା ନକରି ଚାଲିଥିବା ନିର୍ମାଣ କାର୍ଯ୍ୟକୁ ଖୁବ୍‌ ପ୍ରଶଂସା କରିଛନ୍ତି ସାଂସଦ। ନବୀକରଣ କାର୍ଯ୍ୟରେ କେବଳ ରେଳ ବିଭାଗ ନୁହେଁ, ବିଡିଏ, ନଗର ଉନ୍ନୟନ ବିଭାଗ, ସାଧାରଣ ପ୍ରଶାସନ ବିଭାଗ ସମେତ ରାଜ୍ୟ ସରକାରଙ୍କର ଅନେକ ବିଭାଗ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବରେ ସଂଶ୍ଳିଷ୍ଟ ରହି ସେମାଙ୍କର ଭୂମିକାକୁ ସଠିକ ଭାବରେ ନିଭାଉଛନ୍ତି। ଯାହାର ଖୁବ୍‌ ପ୍ରଶଂସା କରିଛନ୍ତି ଭୁବନେଶ୍ୱର ସାଂସଦ। ଭୁବନେଶ୍ୱର ରେଳ ଷ୍ଟେସନର ଉନ୍ନତିକରଣ ଲାଗି ସାଧାରଣ ପ୍ରଶାସନ ବିଭାଗ ରେଳ ବିଭାଗକୁ ୧୨ ଏକରରୁ ଅଧିକ ଜମି ପ୍ରଦାନ କରିଛି। ତେବେ ଆଉ ୧ ଏକର ୨୩ ଡିସିମିଲ ଜମି ଆବଶ୍ୟକ ଥିବା ବିଡିଏକୁ ନିବେଦନ କରିଛି ଇଷ୍ଟକୋଷ୍ଟ ରେଲଓ୍ୱେ। ତାହା ମଧ୍ୟ ମିଳିଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ଅପରାଜିତା। ରେଳ ଷ୍ଟେସନକୁ ସଂଯୋଗ କରିବା ପାଇଁ ଅନ୍ୟ ଦୁଇଟି ରାସ୍ତା ଲାଗି କିଛି ଅନୁମତି ବାକି ରହିଛି।। ତେବେ ବିଡିଏ ଓ ଅନ୍ୟ ବିଭାଗ ସହ ଆଲୋଚନା କରି ଏହାର ସମାଧାନ କରିବାକୁ ଚେଷ୍ଠା କରିବେ ବୋଲି କହିଛନ୍ତି ଅପରାଜିତା। ସାଂସଦ ଷଡଙ୍ଗୀ ଆହୁରି କହିଛନ୍ତି, ୨୦୨୩ ମସିହା ମାର୍ଚ୍ଚ ମାସରୁ ଆରମ୍ଭ ହୋଇଥିଲା ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେସନର ନବୀକରଣ କାର୍ଯ୍ୟ। ଯେଉଁଥିଲାଗି ୪୧୮ କୋଟି ଟଙ୍କାର ଖର୍ଚ୍ଚ ଅଟକଳ କରାଯାଇଥିଲା। ବର୍ତ୍ତମାନ ସୁଦ୍ଧା ୨୦୦ କୋଟିରୁ ଅଧିକ ଟଙ୍କାର ଖର୍ଚ୍ଚ ସରିଲାଣି। ଆସନ୍ତା ଅଗଷ୍ଟ ମାସ ସୁଦ୍ଧା ନୂଆ ଷ୍ଟେସନ ଲୋକାର୍ପିତ ଦେବାକୁ ଲକ୍ଷ୍ୟ ରଖାଯାଇଛି। ଏହି ଷ୍ଟେସନ କାର୍ଯ୍ୟକ୍ଷମ ହେଲେ ଏଠାରେ ଯାତ୍ରୀ ସଂଖ୍ୟା ବଢ଼ିବ। ଭୁବନେଶ୍ୱର ରେଳ ଷ୍ଟେସନ ବର୍ତ୍ତମାନ ଦୈନିକ ୭୦ରୁ ୮୦ ହଜାର ଲୋକଙ୍କୁ ସେବା ଯୋଗାଉଛି। ଆଗକୁ ଏହାର କ୍ଷମତା ଲକ୍ଷେ ୪୪ ହଜାରକୁ ବୃଦ୍ଧି ପାଇବ। ବିଭିନ୍ନ ପ୍ରକାରର ଫୁଡ୍‌ କୋର୍ଟ, ସପିଂ ମଲ୍‌, ଦୋକାନ ବଜାର ସ୍ଥାପନ ଦ୍ୱାରା ଯାତ୍ରୀମାନେ ଏଠାରେ ଅତ୍ୟାଧୁନିକ ସେବାମାନ ପାଇପାରିବେ। ତା’ସହ ରେଳ ଷ୍ଟେସନର କାନ୍ଥସବୁ ଓଡ଼ିଶାର ଉନ୍ନତ କଳା ସଂସ୍କୃତିକୁ ବଖାଣିବ। ଆଗକୁ ମଧ୍ୟ ମଝିରେ ମଝିରେ ଏମିତି ସମୀକ୍ଷା କାର୍ଯ୍ୟ ଜାରି ରହିବ ବୋଲି କହିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ।

୪ଦିନ ଧରି ଚାଲିବ ଉତ୍କର୍ଷ ଓଡ଼ିଶା କନକ୍ଲେଭ କାର୍ଯ୍ୟକ୍ରମ ;୨୮ରେ ଆସି ଯୋଗ ଦେବେ ପ୍ରଧାନମନ୍ତ୍ରୀ

ଏଥର ସମ୍ଭାଳ ବ୍ୟୁରୋ(ଭୁବନେଶ୍ଵର)- ରାଜ୍ୟରେ ବିଜେପି ସରକାର କାର୍ଯ୍ୟକାଳରେ ପ୍ରଥମଥର ପାଇଁ ଅନୁଷ୍ଠିତ ହେବାକୁ ଥିବା ‘ଉତ୍କର୍ଷ ଓଡ଼ିଶା କନକ୍ଲେଭ’ର ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଂଚିଛି । ଏହି ଅବସରରେ ଚଳିତମାସ ୨୭ରୁ ୩୦ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ ରହିଥିବାବେଳେ ୨୮ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ୱର ଆସି ଶିଳ୍ପପତି ଓ ପୁଞ୍ଜିନିବେଶକଙ୍କୁ ଉଦବୋଧନ ଦେବେ ବୋଲି ଜଣାପଡ଼ିଛି । ‘ଉତ୍କର୍ଷ ଓଡ଼ିଶା’ କାର୍ଯ୍ୟକ୍ରମର ପ୍ରସ୍ତୁତି ସମ୍ପର୍କରେ ଶିଳ୍ପ ବିଭାଗ ପକ୍ଷରୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ଏକ ବିସ୍ତୃତ କାର୍ଯ୍ୟସୂଚୀ ଉପସ୍ଥାପନ କରାଯାଇଛି । ଜାନୁୟାରୀ ୨୭ତାରିଖରେ ସିଆଇଆଇ(ଭାରତୀୟ ଶିଳ୍ପ ମହାସଂଘ)ର ଜାତୀୟ କାର୍ଯ୍ୟନିର୍ବାହୀ ପରିଷଦର ବୈଠକ ଅନୁଷ୍ଠିତ ହେବ । ୨୮-୨୯ ଦୁଇଦିନ ଧରି ୪ଟି ପ୍ଲେନାରୀ ସେସନ୍‌, ୧୬ଟି ସେକ୍ଟରରାଲ ସେସନ୍  ଓ ୪ଟି ରାଉଣ୍ଡ ଟେବୁଲ କନଫରେନ୍ସ ଅନୁଷ୍ଠିତ ହେବ । ଏହି ଦୁଇ ଦିନମଧ୍ୟରେ ଜାତୀୟ ଓ ଆନ୍ତର୍ଜାତୀୟସ୍ତରର ପ୍ରାୟ ୩ହଜାର ଶିଳ୍ପପତି, ପୁଞ୍ଜିନିବେଶକ, ଷ୍ଟାର୍ଟଅପ୍ ଉଦ୍ୟୋଗୀ ଓ ଶିଳ୍ପ ସଂସ୍ଥା ସହିତ ଜଡ଼ିତ ବ୍ୟକ୍ତିମାନେ ଯୋଗ ଦେବେ । ୨୮ରୁ ୩୦ତାରିଖ ପର୍ଯ୍ୟନ୍ତ ଶିଳ୍ପ ପ୍ରଦର୍ଶନୀ ଅନୁଷ୍ଠିତ ହେବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୮ତାରିଖ ଦିନ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ଶିଳ୍ପ ପତି ଓ ପୁଞ୍ଜିନିବେଶକଙ୍କୁ ଉଦବୋଧନ ଦେବେ । ଏହି ଦୁଇଦିନ ମଧ୍ୟରେ ଶିଳ୍ପର ବିଭିନ୍ନ କ୍ଷେତ୍ର ସମ୍ବନ୍ଧିତ ସ୍ୱତନ୍ତ୍ର ସେସନ୍ ଅନୁଷ୍ଠିତ ହେବାସହିତ ବିଶିଷ୍ଟ ଶିଳ୍ପମାନଙ୍କ ଅଭିଭାଷଣ, ମୁଖ୍ୟମନ୍ତ୍ରୀଙ୍କ ସହିତ ବଡ଼ବଡ଼ ଶିଳ୍ପ ସଂସ୍ଥାର ସିଇଓମାନଙ୍କ ରାଉଣ୍ଡ ଟେବୁଲ, ଓଡ଼ିଆ ଉଦ୍ୟୋଗୀଙ୍କ ସ୍ୱତନ୍ତ୍ର ସେସନ ଓ ମହିଳା ବିଜିନେସ୍ ଲିଡର୍ସମାନଙ୍କ ପାଇଁ ମଧ୍ୟ ସ୍ୱତନ୍ତ୍ର ସେସନ୍ ଅନୁଷ୍ଠିତ ହେବ । ‘ସୁଭଦ୍ରାରୁ ମୁଦ୍ରା’ ନାମରେ ଓଡ଼ିଆ ମହିଳା ଉଦ୍ୟୋଗୀମାନଙ୍କ ପାଇଁ ମଧ୍ୟ ଏକ ସ୍ୱତନ୍ତ୍ର ସେସନ୍ ଅନୁଷ୍ଠିତ ହେବ । ଆଜିର ଏହି ବୈଠକରେ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨ ହଜାର ନୂଆ ଟ୍ରାଫିକ ପୁଲିସ ପଦବୀ ସୃଷ୍ଟିକୁ ଦେଲେ ମଞ୍ଜୁରୀ;ଚଳିତବର୍ଷ ପୂରଣ ହେବ ୫୦୦ ପଦବୀ

ଏଥର ସମ୍ଭାଳ ବ୍ୟୁରୋ(ଭୁବନେଶ୍ଵର)- ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଜି ଜାତୀୟ ସଡ଼କ ସୁରକ୍ଷା ମାସର ରାଜ୍ୟସ୍ତରୀୟ ଉଦଯାପନ କାର୍ଯ୍ୟକ୍ରମରେ ଯୋଗ ଦେଇ ସଡ଼କ ସୁରକ୍ଷାକୁ ଜନ ଅଭିଯାନରେ ପରିଣତ କରିବା ନିମନ୍ତେ ଆହ୍ୱାନ କରିଛନ୍ତି । ରାଜ୍ୟରେ ଆଉ ୨ହଜାର ଅଧିକ ନୂଆ ଟ୍ରାଫିକ ପୁଲିସ ପଦବୀ ସୃଷ୍ଟି ହେବ । ଏଥିରୁ ୫୦୦ ପଦବୀକୁ ଚଳିତବର୍ଷ ମଧ୍ୟ ପୂରଣ କରାଯିବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏହି ସୂଚନା ଦେଇଛନ୍ତି । ରାଜ୍ୟରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟାକୁ ହ୍ରାସ କରିବା ଓ ସଡ଼କ ସୁରକ୍ଷା କ୍ଷେତ୍ରକୁ ଅଧିକ ସୁଦୃଢ଼ କରିବାକୁ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଜି ଜାତୀୟ ସଡ଼କ ସୁରକ୍ଷା ମାସର ରାଜ୍ୟସ୍ତରୀୟ ଉଦଯାପନ କାର୍ଯ୍ୟକ୍ରମରେ ଯୋଗ ଦେଇ ସଡ଼କ ସୁରକ୍ଷାକୁ ଜନ ଅଭିଯାନରେ ପରିଣତ କରିବା ନିମନ୍ତେ ଆହ୍ୱାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଆଜି ‘ଓଡ଼ିଶା ଯାତ୍ରୀ ଆପ୍‌’କୁ ଲୋକାର୍ପଣ କରିଛନ୍ତି । ଲୋକଙ୍କୁ ସୁଲଭ ଓ ସୁବିଧାଜନକ ଯାତ୍ରା ପ୍ରଦାନ କରିବା ଉଦ୍ଦେଶ୍ୟରେ ଏହି ଆପ୍ କାର୍ଯ୍ୟ କରିବ । ଏହି ଆପ୍ ମାଧ୍ୟମରେ ସାଧାରଣ ଲୋକ ଗୋଟିଏ କ୍ଲିକରେ ନିଜର ଗନ୍ତବ୍ୟ ସ୍ଥଳ ପାଇଁ ସହଜରେ ଅଟୋ ଓ ଟ୍ୟାକ୍ସି ପାଇପାରିବେ । ଏହି ବ୍ୟବସ୍ଥା ଉଭୟ ଚାଳକ ଓ ଯାତ୍ରୀଙ୍କ ପାଇଁ ଲାଭଦାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏହି ଅବସରରେ ରାମମନ୍ଦିର ନିକଟରେ ଆୟୋଜିତ କାର୍ଯ୍ୟକ୍ରମରେ ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କ ଜୀବନ ରକ୍ଷା କରୁଥିବା ଗୁଡ୍ ସମରିଟାନମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ସଚେତନତା ପଦଯାତ୍ରାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ମାଷ୍ଟରକ୍ୟାଣ୍ଟିନଠାରୁ ରାମମନ୍ଦିର ପର୍ଯ୍ୟନ୍ତ ଚାଲି ଚାଲି ଯାଇଥିଲେ । ତାଙ୍କ ସହ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତିଭୂଷଣ ଜେନା, ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ସମେତ ବିଧାୟକ ସିଦ୍ଧାନ୍ତ ମହାପାତ୍ର, ଆକାଶ ଦାସନାୟକ,ବାବୁ ସିଂ, ମେୟର ସୁଲୋଚନା ଦାସ, ମୁଖ୍ୟ ସଚିବ, ପୁଲିସ ଡିଜି ଓ ବିଭିନ୍ନ ବିଭାଗର ସଚିବ ଓ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ ।

ପ୍ରାକୃତିକ ଦୁର୍ବିପାକରେ ସାମିଲ ହେଲା ‘ଅଦିନିଆ ବର୍ଷା’ ; କ୍ଷତିପୂରଣ ପାଇବେ ୬.୬୬ଲକ୍ଷ ଚାଷୀ

ଏଥର ସମ୍ଭାଳ ବ୍ୟୁରୋ(ଭୁବନେଶ୍ଵର) – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱରର ବରମୁଣ୍ଡା ପଡ଼ିଆଠାରେ ‘କୃଷି ଓଡ଼ିଶା କନକ୍ଲେଭ-୨୦୨୫’କୁ ଉଦଘାଟନ କରି କହିଛନ୍ତି ଯେ, ଗତମାସରେ ଅଦିନିଆ ବର୍ଷାରେ ଯେଉଁ ଚାଷୀମାନଙ୍କର ୩୩ପ୍ରତିଶତରୁ ଅଧିକ ଫସଲ କ୍ଷୟକ୍ଷତି ହୋଇଛି ସେମାନଙ୍କୁ ରାଜ୍ୟ ସରକାରଙ୍କ ରିଲିଫ କୋଡ୍ ପ୍ରାବଧାନ ଆଧାରରେ ସହାୟତା ପ୍ରଦାନ କରାଯିବ । ରାଜ୍ୟ ସରକାର ‘ଅଦିନିଆ ବର୍ଷା’କୁ ରାଜ୍ୟ ପ୍ରାକୃତିକ ଦୁର୍ବିର୍ପାକ ଭାବେ ଘୋଷଣା କରିଛନ୍ତି । ଗତମାସରେ ଅଦିନିଆ ବର୍ଷରେ ବ୍ୟାପକ ଫସଲ କ୍ଷୟକ୍ଷତିକୁ ଦୃଷ୍ଟିରେ ରଖି ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ପ୍ରଦାନ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଛନ୍ତି । ଏହି ନିଷ୍ପତ୍ତି ଫଳରେ ରାଜ୍ୟରେ ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ୧୬ଟି ଜିଲ୍ଲାର ପ୍ରାୟ ୬ଲକ୍ଷ ୬୬ହଜାର ୭୨୦ଜଣ ଚାଷୀଙ୍କୁ କ୍ଷତିପୂରଣ ମିଳିବ ବୋଲି ଜଣାପଡ଼ିଛି ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱରର ବରମୁଣ୍ଡା ପଡ଼ିଆଠାରେ ‘କୃଷି ଓଡ଼ିଶା କନକ୍ଲେଭ-୨୦୨୫’କୁ ଉଦଘାଟନ କରି କହିଛନ୍ତି ଯେ, ଗତମାସରେ ଅଦିନିଆ ବର୍ଷାରେ ଯେଉଁ ଚାଷୀମାନଙ୍କର ୩୩ପ୍ରତିଶତରୁ ଅଧିକ ଫସଲ କ୍ଷୟକ୍ଷତି ହୋଇଛି ସେମାନଙ୍କୁ ରାଜ୍ୟ ସରକାରଙ୍କ ରିଲିଫ କୋଡ୍ ପ୍ରାବଧାନ ଆଧାରରେ ସହାୟତା ପ୍ରଦାନ କରାଯିବ । ଏଥିପାଇଁ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି(ଏସଡିଆରଏଫ)ରୁ ୨୯୧କୋଟି ୫୯ଲକ୍ଷ ଟଙ୍କା ପ୍ରଦାନ କରାଯିବ । ଜିଲ୍ଲାପାଳମାନଙ୍କ ରିପୋର୍ଟ ଅନୁସାରେ ଗତ ଡିସେମ୍ବର ୨୦ରୁ ୨୮ତାରିଖ ମଧ୍ୟରେ ହୋଇଥିବା ଅଦିନିଆ ବର୍ଷାରେ ୧୬ଟି ଜିଲ୍ଲାର ୬ଲକ୍ଷ ୬୬ହଜାର ୭୨୦ଜଣ ଚାଷୀଙ୍କର ୨ଲକ୍ଷ ୨୬ହଜାର ୭୯୧ ହେକ୍ଟର ଚାଷଜମିରେ ୩୩ପ୍ରତିଶତରୁ ଅଧିକ ଫସଲ ନଷ୍ଟ ହୋଇଛି । ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ବ୍ୟତୀତ ଯେଉଁ ଚାଷୀମାନେ କପା ଓ ପନିପରିବା ଚାଷ କରିଛନ୍ତି ଓ ଭାଗ ଚାଷୀ ସେମାନଙ୍କୁ ମଧ୍ୟ ସହାୟତା ଦେବାକୁ ସରକାର ପଦକ୍ଷେପ ନେଇଛନ୍ତି । ଚାଷୀମାନେ କ୍ଷତିପୂରଣ ଆକାରରେ ଏହି ୨୯୧.୫୯କୋଟି ଟଙ୍କାର ଆର୍ଥିକ ସହାୟତା ପାଇବେ । ସେହିପରି ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାରେ ୨ଲକ୍ଷ ୬୧ହଜାର ଚାଷୀଙ୍କ ଆବେଦନ ସରକାରଙ୍କ ହସ୍ତଗତ ହୋଇଛି ।ବୀମାଭୁକ୍ତ କ୍ଷତିଗ୍ରସ୍ତ ଚାଷୀମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆଜିଠାରୁ ଡିବିଟି ମାଧ୍ୟମରେ କ୍ଷତିପୂରଣ ପ୍ରଦାନ କରାଯାଉଛି । ସବୁ ବୀମାଭୁକ୍ତ ଚାଷୀମାନଙ୍କୁ ଆବେଦନ କରିବାର ସୁଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରାଯାଇ ଏହି ଆବେଦନ ସମୟକୁ ୩ଦିନ ବୃଦ୍ଧି କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ, ପ୍ରଚଳିତ ରିଲିଫ କୋଡ୍ ପ୍ରାବଧାନ ଆଧାରରେ ‘ ପ୍ରାକୃତିକ ଦୁର୍ବିପାକ’ ତାଲିକାରେ ଅଦିନିଆ ବର୍ଷା ସାମିଲ ନଥିଲା । କିନ୍ତୁ ରାଜ୍ୟର ଚାଷୀମାନଙ୍କ ବ୍ୟାପକ ଫସଲ କ୍ଷତି ଓ ସେମାନଙ୍କର ଦାବିକୁ ଦୃଷ୍ଟିରେ ରଖି  ରାଜ୍ୟ ସରକାର ସେମାନଙ୍କୁ ଏସଡିଆରଏଫ ପାଣ୍ଠିରୁ ଆବଶ୍ୟକ ପରିମାଣର କ୍ଷତିପୂରଣ ପ୍ରଦାନ କରିବା ପାଇଁ ‘ଅଦିନିଆ ବର୍ଷା’କୁ ପ୍ରାକୃତିକ ବିପର୍ଯ୍ୟୟ ଭାବେ ଘୋଷଣା କରିଛନ୍ତି । ଏହି ଅଦିନିଆ ବର୍ଷା କ୍ଷୟକ୍ଷତି ସ୍ଥିତିର ଅନୁଧ୍ୟାନ ପାଇଁ ମନ୍ତ୍ରୀମାନଙ୍କୁ ୧୬ଟି ଜିଲ୍ଲାକୁ ପଠାଯାଇଥିଲା । ଜିଲ୍ଲାପାଳମାନଙ୍କୁ ମଧ୍ୟ ଏହି କ୍ଷୟକ୍ଷତି ରିପୋର୍ଟ ମଗାଯାଇଥିଲା । ସେସବୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଚାଷୀମାନଙ୍କ ସହ ସରକାର ସବୁସମୟରେ ଅଛନ୍ତି ଓ ରହିବେ । ଇନପୁଟ ସବସିଡି ସହିତ ଆଉ କେଉଁ ପ୍ରକାରର ସହାୟତା ପ୍ରଦାନ କରାଯାଇ ପାରିବ ସେ ଦିଗରେ ରାଜ୍ୟ ସରକାର ବିଚାର କରୁଛନ୍ତି । ସମୃଦ୍ଧ କୃଷକ ଯୋଜନାରେ ଧାନ କ୍ୱିଣ୍ଟାଲ ପିଛା ସର୍ବନିମ୍ନ ସହାୟକ ମୂଲ୍ୟ ୨୩୦୦ଟଙ୍କା ଉପରେ ୮୦୦ଟଙ୍କାର ଅତିରିକ୍ତ ଇନପୁଟ ସହାୟତା ଦିଆଯାଉଛି । ଏବେସୁଦ୍ଧା ୨ଲକ୍ଷ ୯୩ହଜାର ଚାଷୀଙ୍କୁ ପ୍ରାୟ ୩ହଜାର କୋଟି ଟଙ୍କାରୁ ଅଧିକ ସର୍ବନିମ୍ନ ସହାୟତା ମୂଲ୍ୟ(ଏମଏସପି) ଓ ୧ହଜାର କୋଟି ଟଙ୍କାର ଇନପୁଟ ସହାୟତା ପ୍ରଦାନ କରାଯାଇ ସାରିଛି । ସେହିପରି ସିଏମ କିଷାନ ଯୋଜନାରେ ୪୫ଲକ୍ଷ ୫୭ହଜାର ୭୩୩ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ, ୩୯୩୦୩ଜଣ ଭୂମିହୀନ ଚାଷୀ ପରିବାରକୁ ରବି ଫଲସ ପାଇଁ ୯୨୫କୋଟି ଟଙ୍କାରୁ ଅଧିକ ସହାୟତା ପ୍ରଦାନ କରାଯାଇଛି । ଗତ ଅକ୍ଟୋବର ମାସ ୫ତାରିଖରେ ପିଏମ କିଷାନ ଯୋଜନାର ୧୮ତମ କିସ୍ତିରେ ରାଜ୍ୟର ୩୧ଲକ୍ଷ ୫୧ହଜାର ଚାଷୀ ଉପକୃତ ହୋଇଛନ୍ତି । ଏହି ଯୋଜନାରେ ଅଧିକ ଚାଷୀଙ୍କୁ ଯୋଡ଼ିବା ପାଇଁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ କରାଯାଇ ପ୍ରାୟ ୩.୬୨ଲକ୍ଷ ଚାଷୀଙ୍କୁ ସାମିଲ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସୂଚନା ଦେଇଛନ୍ତି ।

ଅର୍ଥ ବିଭାଗ ରାଜ୍ୟ ବଜେଟ୍ ପ୍ରସ୍ତୁତି ପାଇଁ ସମସ୍ତଙ୍କ ମତାମତ ଲୋଡ଼ିଲା

ଏଥର ସମ୍ଭାଳ ବ୍ୟୁରୋ(ଭୁବନେଶ୍ଵର) – ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ପ୍ରସ୍ତୁତି ପାଇଁ ସାଧାରଣ ଲୋକଙ୍କଠୁ ଆରମ୍ଭ କରି ବିଭିନ୍ନ ସଂଗଠନ ଓ ସଂସ୍ଥାଠୁ ମତାମତ ଲୋଡ଼ିଛି ଅର୍ଥ ବିଭାଗ । ଚଳିତମାସ ୩୧ତାରିଖ ପର୍ଯ୍ୟନ୍ତ ଏହି ମତାମତ ପଠାଇ ରାଜ୍ୟ ସରକାରଙ୍କ ବଜେଟ୍ ପ୍ରସ୍ତୁତି କାର୍ଯ୍ୟକ୍ରମରେ ସକ୍ରିୟ ଯୋଗଦାନ କରିବାକୁ ବିଭାଗ ଅନୁରୋଧ କରିଛି । ଅର୍ଥ ବିଭାଗ ପକ୍ଷରୁ ଜାରି ସୂଚନା ଅନୁସାରେ, ୨୦୨୫-୨୬ ଆର୍ଥିକ ବର୍ଷ ବଜେଟ୍ ପ୍ରସ୍ତୁତ ପାଇଁ ଅର୍ଥ ବିଭାଗ ଏକ ନିର୍ଦ୍ଦିଷ୍ଟ ଢାଂଚାରେ ଜନସାଧାରଣଙ୍କଠୁ ପରାମର୍ଶ ଆହ୍ୱାନ କରିଛନ୍ତି । ଯାହାକି ବଜେଟ୍ ଓଡ଼ିଶା ୱେବପୋର୍ଟାଲରେ ଉପଲବ୍ଧ । ଏଥିରେ ସର୍ବାଧିକ ୫୦୦ଶବ୍ଦରେ ରାଜସ୍ୱ, ବ୍ୟୟ ଓ ଅନ୍ୟାନ୍ୟ ଭଳି ୩ଟି ବର୍ଗରେ ନିଜର ମତାମତ ଦେଇହେବ । ଜନସାଧାରଣ, ନାଗରିକ ସମାଜ, ବିଭିନ୍ନ ସଂଘ ଓ ଅନ୍ୟାନ୍ୟ ହିତାଧିକାରୀମାନେ ନିଜର ପରାମର୍ଶଗୁଡ଼ିକୁ ଇ-ମେଲ୍ ଦ୍ୱାରା odisha.budget@gov.in ଠିକଣାରେ ପଠାଇପାରିବେ । ସେହିପରି ବଜେଟ୍ ସମ୍ବନ୍ଧୀୟ ମତାମତକୁ ହ୍ୱାଟସଅପ୍ ନମ୍ବର-୯୪୩୮୧୬୧୧୧୧ ଓ ଅର୍ଥ ବିଭାଗର ସୋସିଆଲ ମିଡିଆ ଆକାଉଣ୍ଟ(ଏକ୍ସ,ଫେସବୁକ, ଇନଷ୍ଟାଗ୍ରାମ) ଦ୍ୱାରା ମଧ୍ୟ ପଠାଇପାରିବେ । ସୂଚନାଯୋଗ୍ୟ, ୨୦୨୪-୨୫ ଆର୍ଥିକବର୍ଷରେ ରାଜ୍ୟର ମୋହନ ମାଝୀ ସରକାର ୨.୬୫ଲକ୍ଷ କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଥିଲେ ।୨୦୨୫-୨୬ ଆର୍ଥିକ ବର୍ଷର ରାଜ୍ୟ ବଜେଟ୍ ଆସନ୍ତା ଫେବୃୟାରୀ ଶେଷ ସପ୍ତାହରେ ଉପସ୍ଥାପନ ହେବ ବୋଲି ଜଣାପଡ଼ିଛି ।

ଆଜିଠୁ ଆରମ୍ଭ ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା

ଏଥର ସମ୍ଭାଳ ବ୍ୟୁରୋ(ବରଗଡ଼) –ଆଜିଠୁ ଆରମ୍ଭ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା । ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ମହାରାଜ କଂସଙ୍କ ରାଜୁତି । ବରଗଡ଼ ପାଲଟି ଯିବ ମଥୁରା ନଗରୀ , ଅମ୍ବାପାଲି ପାଲଟିଯିବ ଗୋପପୁର ଏବଂ ଚିର ପ୍ରବାହିତ ଜୀରାନଦୀ ପାଲଟିଯିବ ଯମୁନା ନଦୀ । ଆବାଳ ବୃଦ୍ଧବନିତା ପାଲଟିଯିବେ ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚର ଜଣେ ଜଣେ କଳାକାର । ଧନୁଯାତ୍ରା ପାଇଁ ସାରା ବରଗଡ଼ ସହର ଚଳଚଞ୍ଚଳ ହୋଇପଡ଼ିଛି। ଶାନ୍ତିଶୃଙ୍ଖଳାକୁ ନଜରରେ ରଖି ବ୍ୟାପକ ପ୍ରସ୍ତୁତି କରିଛି ପୁଲିସ ପ୍ରଶାସନ । ସହରର ବିଭିନ୍ନ ସ୍ଥାନରେ ସିସିଟିଭି କ୍ୟାମେରା ଲଗାଯାଇଛି । ଟ୍ରାଫିକ୍ ବ୍ୟବସ୍ଥା କଡ଼ାକଡ଼ି ସହ ୨୦ ପ୍ଲାଟୁନ ପୁଲିସ ଫୋର୍ସ ଓ ୧୫୦ ଅଫିସରଙ୍କୁ ମୁତୟନ କରାଯାଇଛି।